ମନୁଷ୍ୟର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍।
53
“ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି।
ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି,
କେହି ସତ୍କର୍ମ କରେ ନାହିଁ।
2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର
ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା
ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି
ନିରୀକ୍ଷଣ କଲେ।
3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି;
ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି;
ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି,
ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ;
କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀରa
ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି;
ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ
ସେମାନଙ୍କୁ ଲଜ୍ଜା ଦେଇଅଛ।
6 ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ
ବନ୍ଦୀତ୍ୱରୁ ଫେରାଇ ଆଣିବେ,
ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।